www.samajalive.in
Monday, December 15, 2025
24.1 C
Bhubaneswar

ହରଭଙ୍ଗାରେ ଜିଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ

ହରଭଙ୍ଗା :ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ବ୍ଲକର ବିଭିନ୍ନ ସ୍ଥାନରୁ ୮୯ଟି ଅଭିଯୋଗ ପଞିକରଣ ହୋଇଥିଲା ।ସେଥିରୁ ୮୩ଟି ବ୍ୟକ୍ତିଗତ,୦୬ଟି ସାମୁହିକ ଅଭିଯୋଗ ରହିଥିଲା ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ୧୩ହଜାର ଟଙ୍କା,ରେଡ଼କ୍ରସ ରୁ ଜଣଙ୍କୁ ୩ହଜାର ଟଙ୍କା,୨ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା, ଜଣଙ୍କୁ ଟ୍ରାଇ ସାଇକେଲ ସହ ୨ଜଣଙ୍କୁ ଜାତୀୟ ପରିବାର କଲ୍ୟାଣ ଯୋଜନା ସହାୟତା ପ୍ରଦାନ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ ବ୍ଲକ ଅଧ୍ୟକ୍ଷା ସ୍ନହଲତା ପ୍ରଧାନ,ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ,ବୌଦ୍ଧ ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅନିରୁଦ୍ଧ ପ୍ରଧାାନ, ଉପଜିଲ୍ଲପାଳ ପ୍ରଭାଷ ଚନ୍ଦ୍ର ଦଣ୍ଡସେନା ,ହରଭଙ୍ଗା ବି.ଡି.ଓ ସରତ କୁମାର ସେଠୀ ,ହରଭଙ୍ଗା ତହସିଲଦାର ବିଭୁ ପ୍ରସାଦ ସିଂଙ୍କ ସହିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories