www.samajalive.in
Saturday, December 6, 2025
19.1 C
Bhubaneswar

ଶ୍ରାବଣ ଶେଷ ସୋମବାର: ହରଭଙ୍ଗା ଆଦେଶ୍ୱର ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

ହରଭଙ୍ଗା : ଆଜି ଶ୍ରାବଣ ମାସର ଶେଷ ସୋମବାର। ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶିବ ମନ୍ଦିର ଗୁଡିକରେ କାଉଡିଆ ଏବଂ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ଏହି ଅବସରରେ ଆଜି ସକାଳୁ ହରଭଙ୍ଗା ଶୈବ ପୀଠରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ ଲାଗିଛି। ନିକଟସ୍ଥ ମହାନଦୀ ରୁ ବୋଲବମ ମାନସିକ ଧାରୀମାନେ ନଦୀ ଘାଟରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଜଳଆଣି ଆଦେଶ୍ୱର ବାବାଙ୍କ ମସ୍ତକରେ ଜଳଲାଗି କରିଥିଲେ। ଏଥିରେ ଗାଁର ପାଖାପାଖି ୩୦ ଜଣ ଶୈବ ଭକ୍ତ ସାମିଲଥିଲେ। କାଷ୍ଠା, ନିଷ୍ଠା, ଏକାଗ୍ରତା, ବିଶ୍ୱାସ ଏବଂ ଭକ୍ତିର ସହିତ ଶ୍ରାବଣ ମାସରେ ଶିବ ଭଗବାନଙ୍କୁ ଜଳଲାଗି କଲେ ଭକ୍ତର ମାନସିକ ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ବୋଲବମ ବ୍ରତରେ ପ୍ରତିବର୍ଷ ମାନସିକଧାରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories