www.samajalive.in
Saturday, December 13, 2025
15.1 C
Bhubaneswar

ପ୍ରାଥମିକ ଶିକ୍ଷକ ସଙ୍ଘ ପକ୍ଷରୁ ବିଇଓଙ୍କୁ ୩ ଦଫା ଦାବୀପତ୍ର ପ୍ରଦାନ

ହରଭଙ୍ଗା :  ହରଭଙ୍ଗା ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ହରଭଙ୍ଗା ଗୋଷ୍ଠି ଶିକ୍ଷା ଅଧିକାରୀ ଶୁକ୍ରବାର ଅଜୟ କୁମାର ଲୁହାଙ୍କୁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଉଦ୍ଦେଶ୍ୟରେ ତିନି ଦଫା ସମ୍ବଳିତ ଦାବିପତ୍ର  କରାଯାଇଛି। ପ୍ରକାଶ ଥାଉକି ଦାବି ପୂରଣ କରିବା ଦିଗରେ କୌଣସି  ପଦକ୍ଷେପ  ନିଆ ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ  ହରଭଙ୍ଗା ବ୍ଲକରେ କାର୍ଯ୍ୟରତ  ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହେବାକୁ ବାଧ୍ୟ ହେବେ ବୋଲି ଜଣାଇଛନ୍ତି।

ବିଭିନ୍ନ ଦାବୀ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ସହିତ ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନୋସନାଲ ଇନକ୍ରିମେଣ୍ଟ୍ ପ୍ରଦାନ କରି ମୂଳ ଚାକିରୀରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ କ୍ୟାଡର ଭୁକ୍ତ କରିବା, କଳା ଓ କ୍ରୀଡା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରବା। ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ( ମୂଳ ବେତନ ଲେଭେଲ୍ ୯ ଗ୍ରେଡ ପେ’ ୪୨୦୦ ଅନୁଯାୟୀ ) ପ୍ରଦାନ କରିବା । ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ କରିବା ନେଇ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ବ୍ଲକ  ପ୍ରାଥମିକ ଶିକ୍ଷକ ସଂଘ ଏନପିଏସ ସଭାପତି ରଜତ କୁମାର ନାୟକ, ସାଧାରଣ ସମ୍ପାଦକ ବାମଦେବ ଦାଶଙ୍କ ନେତୃତ୍ୱରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ମହେଶ ସେଠୀଙ୍କ ଉପସ୍ଥିତିରେଏଲ-୪ଏକ୍ସ କ୍ୟାଡ଼ର ପ୍ରାଥମିକ ଶିକ୍ଷକ ସଂଘ ଉପସଭାପତି  ଅଜୟ କୁମାର ପ୍ରଧାନ,ସହସମ୍ପାଦକ ସମ୍ପାଦକ ସଞ୍ଜୟ କୁମାର ଦେହୁରୀ ତଥା ଶିକ୍ଷକ ନେତା ପ୍ରସନ୍ନ ଭୋକ୍ତା, ହରମୋହନ ଦନାୟକ୍,ଦିଲୀପ ମହାନ୍ତି, ସୁବାଷ ଚନ୍ଦ୍ର  ପ୍ରଧାନ, ଅନିଲ କର୍ମୀ,ସୁବାଷ ଜାନୀ, ମନମୋହନ ସାହୁ, ବିରେନ ମଲ୍ଲିକ, ବୃନ୍ଦାବନ ସାହୁଙ୍କ ସମେତ  ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ସାମିଲ ହୋଇ ଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories