www.samajalive.in
Saturday, December 6, 2025
16.1 C
Bhubaneswar

ହାଇୱା ଧକ୍କାରେ ଜଣେ ମୃତ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା -ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକସ୍ଥିତ ଭୈରବୀ ମନ୍ଦିର ନିକଟରେ ଏକ ହାଇୱା ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହରଭଙ୍ଗା ଥାନା ଅନ୍ତର୍ଗତ ଛତ୍ରଙ୍ଗ ଗ୍ରାମର ସଂକୀର୍ତନ କହଁର (୫୫)ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ଚାରିଛକପଟୁ ପୁରୁଣାକଟକ ଆଡ଼କୁ ଆସୁଥିବା ଏକ ହାଇୱା ପୁରୁଣାକଟକ ଭୈରବୀ ମନ୍ଦିର ସାମ୍ନାରେ ଥିବା ପେଟ୍ରୋଲ୍ ପମ୍ପକୁ ଡିଜେଲ ପକାଇବା ପାଇଁ ଯାଉଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା। ବ୍ୟକ୍ତି ଜଣଙ୍କ ତଳେ ପଡିଯିବାରୁ ତାଙ୍କ ଉପରେ ଚକ ଚଢି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇ ଯାଇଥିବା ସୂଚନା ମିଳିଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପୁରୁଣା କଟକ ପୁଲିସ, ସ୍ଥାନୀୟ ସରପଞ୍ଚ ଅଶୋକ କୁମାର ସେଠି ଘଟଣା ସ୍ଥଳରେ ପହଞ୍ଚିଥିଲେ। ଖବର ପାଇ ପୁରୁଣାକଟକ ରାଜସ୍ୱ ନିରୀକ୍ଷକ ଲକ୍ଷ୍ମୀପ୍ରିୟା ସାହୁ ଘଟଣା ସ୍ଥଳରେ ପହଁଚି ମୃତକଙ୍କ ପରିବାରକୁ ରେଡ଼କ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories