www.samajalive.in
Saturday, December 6, 2025
26.1 C
Bhubaneswar

ରଙ୍ଗାରଙ୍ଗ ପରିବେଶରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ହରଭଙ୍ଗା : ହରଭଙ୍ଗା ଆଞ୍ଚଳିକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ସମନ୍ୱିତ ଯୁବ ବିକାଶ ଉଦଯାପନୀ କାର୍ଯ୍ୟକ୍ରମ ମହାସମାରୋହରେ ରଙ୍ଗାରଙ୍ଗ ପରିବେଶରେ ଅନୁଷ୍ଠିତ ହୋଇ ଯାଇଛି। ଅଧ୍ୟକ୍ଷ ହିମାଂଶୁ ଶେଖର ରାଉତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କର ବରିଷ୍ଠ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ସମାଜ ଗଠନରେ ଯୁବଶକ୍ତି ଆଗେଇ ଆସି ନୂଆ ଓଡ଼ିଶା ଗଠନ କରିବାକୁ ଉଦବୋଧନ ଦେଇଥିଲେ। ଏତଦ୍ ବ୍ୟତୀତ ଉକ୍ତ କାର୍ଯ୍ୟକ୍ରମରେ ହରଭଙ୍ଗା ଗ୍ରାମ ପଞ୍ଚୟତର ପୂର୍ବତନ ସରପଞ୍ଚ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ସୁବୋଧ ପ୍ରଧାନ, ସ୍ଥାନୀୟ ବରିଷ୍ଠ ନାଗରିକ ପ୍ରଦୀପ କୁମାର ସାହୁ, ହରଭଙ୍ଗା ସରପଞ୍ଚ ଶକୁନ୍ତଳା ବେହେରା ,ସଙ୍କୁଲୋଇ ସରପଞ୍ଚ ସୁଶ୍ରୀତା ଛାନ୍ଦ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମର ନୋଡାଲ ଅଫିସର ଅଧ୍ୟାପକ ମନୋଜ କୁମାର ପ୍ରହରାଜ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ଅଧ୍ୟକ୍ଷ ହିମାଂଶୁ ଶେଖର ରାଉତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ବରିଷ୍ଠ ଅଧ୍ୟାପକ ସୁଦାମ ଚରଣ ପୁଷ୍ଟି ମଞ୍ଚ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ ସମେତ ସମସ୍ତ କର୍ମଚ।ରୀ ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି, ପୁରସ୍କାର, ମେଡାଲ, ମାନପତ୍ର ବିତରଣ କରିଥିଲେ। ଅଧ୍ୟାପିକା ସସ୍ମିତା ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗା ରଙ୍ଗ ପରିବେଶ ମଧ୍ୟରେ ସମ୍ବଲପୁରୀ ନୃତ୍ୟ, ଲୋକ ନୃତ୍ୟ ସଙ୍ଗୀତ ପ୍ରଭୃତି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ସମସ୍ତଙ୍କୁ ଆକର୍ଷିତ କରିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories