www.samajalive.in
Saturday, December 6, 2025
26.1 C
Bhubaneswar

ଶାନ୍ତିପୂର୍ଣ୍ଣ ଭାବେ ହରଭଙ୍ଗାରେ ବନ୍ଦ ପାଳନ

ହରଭଙ୍ଗା : ସନସଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷ। ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ବୌଦ୍ଧ ଜିଲ୍ଲା ବିଜେପି ଆନ୍ଦୋଳନକୁ ଯୋରଦାର କରିଛି । ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ପଦରୁ ଇସ୍ତଫା ଓ ଗିରଫ ସହ ଘଟଣାର ସି.ବି ଆଇ ତଦନ୍ତ ଦାବୀରେ ଆଜି ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜିଲ୍ଲା ବ୍ୟାପି ବନ୍ଦ ଡାକରା ଦେଇଛି । ବନ୍ଦର ପ୍ରଭାବ ସକାଳୁ ସକାଳୁ ଦେଖିବାକୁ ମିଳିଛି । ହରଭଙ୍ଗା ବ୍ଲକର ଜନଗହଳିପୂର୍ଣ୍ଣ ସ୍ଥାନ ପୁରୁଣାକଟକ ,ଚାରିଛକ ବଜାର ବନ୍ଦ ରହିଛି । ବିଜେପି କର୍ମୀ ମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରିଛନ୍ତି । ଫଳରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବନ୍ଦ ରହିଛି । ବନ୍ଦକୁ ଆଖି ଆଗରେ ରଖି ବ୍ୟାପକ ପୁଲିସ ମୁତୟନ କରାଯାଇଛି । ନ୍ୟାୟ ନମିଳିବା ପର୍ୟ୍ୟନ୍ତ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ବିଜେପି କହିଛି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories