www.samajalive.in
Saturday, December 6, 2025
23.1 C
Bhubaneswar

୩ ମହିଳାଙ୍କ ଉପରେ ଚଢିଗଲା କାର୍‌

ହରଭଙ୍ଗା : ହରଭଙ୍ଗା ବ୍ଲକ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ବଜାରରେ ଶୁକ୍ରବାର ଅପରାହ୍ନ ସମୟରେ ୩ ଜଣ ମହିଳାଙ୍କୁ ଧକ୍କା ଦେବା ପରେ କାର ସୁନା ଦୋକାନକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ ଆଜି ଅପରାହ୍ନ ସମୟରେ ଚାରିଛକ ପାର୍ଶ୍ୱରୁ ବୌଦ୍ଧ ଆଡକୁ ଏକ କାର ଯାଉଥିଲା। ଏହି ସମୟରେ କାରଟି ପୁରୁଣାକଟକ ମାର୍କେଟ ଉପରେ ଭାରସାମ୍ୟ ହରାଇ ଏକ ସୁନା ଦୋକାନକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ସଶ୍ମିତା ବେହେରା (୧୫) ବାହାଲି, ଜୟନ୍ତୀ କହଁର (୪୫), ଦେବକୀ ବେହେରା (୨୨) ପୁରୁଣାକଟକ ତିନିଜଣ ଗୁରୁତରଙ୍କୁ ସ୍ଥାନୀୟଲୋକେ ଉଦ୍ଧାର କରି ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଗୁରୁତରଙ୍କ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ପଠାଇଥିବା ସୂଚନା ମିଳିଛି। ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି କାର୍ ଚାଳକକୁ ଅଟକ ରଖିବା ସହ ତଦନ୍ତ କରୁଥିବା ସୂଚନା ମିଳିଛି।

ଚଳନ୍ତା ଟ୍ରେନରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ରେଳ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା..

ସୂର୍ଯ୍ୟ,ବୁଧଙ୍କ ରାଶି ପରିବର୍ତ୍ତନ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ସବୁ ଇଚ୍ଛା ହେବ ପୂରଣ..

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories