www.samajalive.in
Monday, December 8, 2025
14.1 C
Bhubaneswar

ପୁରୁଣାକଟକକୁ ଏନଏସି ଘୋଷଣା ଦାବିରେ ଶୋଭାଯାତ୍ରା

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ପୁରୁଣାକଟକକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ଦାବି ନେଇ ଏନଏସି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ ଆବାହକ ରବି ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ପୁରୁଣାକଟକଠାରେ ଏକ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପୂର୍ବ ସରକାରଙ୍କ ସମୟରେ ସାଧାରଣ ନିର୍ବାଚନ ପୂର୍ବରୁ ବୌଦ୍ଧକୁ ମ୍ୟୁନିସିପାଲଟି ଏବଂ କଣ୍ଟାମାଳ, ମନମୁଣ୍ଡା, ବାଉଁଶୁଣୀ ଓ ପୁରୁଣାକଟକକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରାଯାଇଥିଲା। ବର୍ତ୍ତମାନ ରାଜ୍ୟ ସରକାରଙ୍କ ଦ୍ୱାରା ୩୪ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ହୋଇଥିବା ବେଳେ ସେଥିରୁ ପୁରୁଣାକଟକ ବାଦ ପଡ଼ିଛି। ପୁରୁଣାକଟକକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ନହେବାରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଜେପି ସରକାରଙ୍କୁ ଭର୍ସନା କରାଯାଇଥିଲା। ଏହା ସହିତ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ଏନଏସି ଘୋଷଣା ହୋଇପାରିଲା। ମାତ୍ର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ଥାଉ ଥାଉ ପୁରୁଣାକଟକ ଏନଏସି ମାନ୍ୟତାରୁ ବାଦ ପଡିବା ତାଙ୍କ ଅପରାଗତାକୁ ଦାୟୀ କରି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋ ଚିତ୍ର ଦାହ କରାଯାଇଥିଲା। ଉକ୍ତ ପ୍ରତିବାଦ ଶୋଭାଯାତ୍ରାରେ ସ୍ଥାନୀୟ ସରପଞ୍ଚ ଅଶୋକ ସେଠୀ, ସମିତି ସଭ୍ୟ ସରୋଜ ପ୍ରଧାନ, ଗରୁଡ଼ ପ୍ରଧାନ, ଅବକାଶ ସାହୁ, ସୁଶାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

୫୦୦ ବର୍ଷ ପରେ ମେ’ରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, କିଣିବେ ଘର, ହେବେ ଭାଗ୍ୟଶାଳୀ..

ଦେଖନ୍ତୁ ଛାତିଥରା ଭିଡିଓ ; ନକଲି କୁମ୍ଭୀର ଭାବି ସେଲ୍‌ଫି ନେବାକୁ ଯାଇଥିବା ଯୁବକଙ୍କୁ ଟାଣି ନେଲା କୁମ୍ଭୀର, ତା’ପରେ

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories