www.samajalive.in
Friday, December 5, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ଓ ରେଡକ୍ରସ ପାଣ୍ଠିରୁ ୧ଲକ୍ଷ୦୩ ହଜାର ସହାୟତା ପ୍ରଦାନ 

ହରଭଙ୍ଗା : ହରଭଙ୍ଗା ବ୍ଲକର ପୁରୁଣାକଟକ ପଂଚାୟତର କଲ୍ୟାଣମଣ୍ଡପ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବ୍ଲକର ବିଭିନ୍ନ ଅଂଚଳରୁ ୮୧ଟି ଅଭିଯୋଗର ପଞ୍ଜିକରଣ ହୋଇଥିଲା । ସେଥିରୁ ୭୪ଟି ବ୍ୟକ୍ତିଗତ,୦୭ଟି ସାମୁହିକ ଅଭିଯୋଗ ରହିଥିଲା । ସେଥିରୁ ବୌଦ୍ଧ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ୩୯ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୧୨ଜଣଙ୍କୁ ୫୮ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୧୧ଜଣଙ୍କୁ ୪୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ,ବୌଦ୍ଧ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସାହାଇ ମୀନା, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ସି.ଡି.ଏମ.ଓ ଅଭୟ କୁମାର ଦାସ,  ହରଭଙ୍ଗା ବି.ଡି.ଓ ରବିନ୍ଦ୍ରନାଥ କହଁର,ସ୍ଥାନୀୟ ସରପଂଚ ଅଶୋକ କୁମାର ସେଠୀଙ୍କ ସହିତ ବହୁ ଜିଲ୍ଲାସ୍ତରୀୟ ପଦାଧିକାରୀ ସାମିଲ ଥିଲେ ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories