www.samajalive.in
Monday, December 8, 2025
27.1 C
Bhubaneswar

ଦକ୍ଷିଣ ଆଫ୍ରିକା ବିପକ୍ଷ ଟ୍ବେଣ୍ଟି୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷିତ; ଫେରିଲେ ହାର୍ଦିକ

ନୂଆଦିଲ୍ଲୀ : ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଘରୋଇ ଭାରତୀୟ କ୍ରିକେଟ୍ ଦଳ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟ୍ବେଣ୍ଟି୨୦ ସିରିଜ୍‌ ନିମନ୍ତେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ଗୁରୁବାର ହୋଇଛି। ଘୋଷିତ ଦଳକୁ ଅଲରାଉଣ୍ଡର ହାର୍ଦିକ ପାଣ୍ଡ୍ୟା ଫେରିଥିବା ବେଳେ ବରିଷ୍ଠ ୱିକେଟରକ୍ଷକ ମହେନ୍ଦ୍ର ସିଂହ ଧୋନିଙ୍କୁ ସ୍ଥାନ ମିଳି ନାହିଁ। ସୂଚନାଥାଉକି ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ ନିମନ୍ତେ ହାର୍ଦିକଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ଧୋନି ଓହରି ଯାଇଥିଲେ।
ୱେଷ୍ଟଇଣ୍ଡିଜ ବିପକ୍ଷ ଟ୍ବେଣ୍ଟି୨୦ ସିରିଜ୍‌ରେ ଭାଗ ନେଇଥିବା ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟ୍ବେଣ୍ଟି୨୦ ସିରିଜ୍‌ ନିମନ୍ତେ ଦଳରୁ ଭୁବନେଶ୍ବର କୁମାରଙ୍କୁ ବାଦ୍‌ ଦିଆଯାଇ ତାଙ୍କ ସ୍ଥାନରେ ହାର୍ଦିକ ପାଣ୍ଡ୍ୟାଙ୍କୁ ସାମିଲ କରାଯାଇଛି। ଦୁଇ ଦେଶ ମଧ୍ୟରେ ପ୍ରଥମ ଟ୍ବେଣ୍ଟି୨୦ ମ୍ୟାଚ୍‌ ଧର୍ମଶାଳାରେ ଆସନ୍ତା ସେପ୍ଟେମ୍ବର ୧୫, ଦ୍ବିତୀୟ ମ୍ୟାଚ୍‌ ମୋହାଲିରେ ସେପ୍ଟେମ୍ବର ୧୮ ଓ ତୃତୀୟ ମ୍ୟାଚ୍‌ ବେଙ୍ଗାଲୁରୁରେ ସେପ୍ଟେମ୍ବର ୨୨ରେ ଖେଳାଯିବ। ଟ୍ବେଣ୍ଟି୨୦ ସିରିଜ୍ ଶେଷ ହେବା ପରେ ଉଭୟ ଦଳ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ।
ଭାରତୀୟ ଟ୍ବେଣ୍ଟି୨୦ ଦଳ : ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପଅଧିନାୟକ), ଶିଖର ଧାୱନ୍‌, କେଏଲ୍‌ ରାହୁଲ, ଶ୍ରେୟାସ ଆୟର, ମନୀଷ ପାଣ୍ଡେ, ଋଷଭ ପନ୍ତ୍‌ (ୱିକେଟରକ୍ଷକ), ହାର୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କ୍ରୁନାଲ ପାଣ୍ଡ୍ୟା, ୱାଶିଂଟନ୍‌ ସୁନ୍ଦର, ରାହୁଲ ଚହର୍‌, ଖଲିଲ୍‌ ଅହମ୍ମଦ, ଦୀପକ ଚହର ଓ ନବଦୀପ ସାଇନି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories