www.samajalive.in
Wednesday, December 10, 2025
23.1 C
Bhubaneswar

ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା ମାଡ଼; ଭାଷଣ ଦେବାବେଳେ ମଞ୍ଚକୁ ଆସି ପିଟିଲେ ଯୁବକ

ଅହମଦାବାଦ: ନିର୍ବାଚନୀ ପ୍ରଚାର ସମୟରେ ସଭା ମଞ୍ଚରେ ଭାଷଣ ଦେଉଥିବା ସମୟରେ କଂଗ୍ରେସ ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା ମାଡ଼ ଖାଇବାକୁ ପଡ଼ିଛି। ଗୁଜରାଟର ଅହମଦାବାଦର ସୁରେନ୍ଦ୍ରନଗର ବଢୱାନରେ ଶୁକ୍ରବାର ଏଭଳି ଏକ ଅପ୍ରୀତିକର ଘଟଣା ଘଟିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଭିଡିଓରେ ଦେଖିବାକୁ ମିଳିଛି ଯେ, ବଢୱାନରେ ହାର୍ଦ୍ଦିକ ପଟେଲ ଏକ ନିର୍ବାଚନୀ ସଭାରେ ଭାଷଣ ଦେଉଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ମଞ୍ଚ ଉପରକୁ ଉଠିଯାଇଥିଲେ। ହାର୍ଦ୍ଦିକ କିଛି ବୁଝିବା ଆଗରୁ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଏକ ଶକ୍ତ ଚାପୁଡ଼ା ମାରିବା ସହ ଠେଲାପେଲା କରିଥିଲେ। ଏହା ପରେ ସେଠାରେ ଉପସ୍ଥିତ କର୍ମୀମାନେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ସେଠାରେ ଉପସ୍ଥିତ ପୁଲିସ କର୍ମଚାରୀ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।

- Advertisement -

ଚାପୁଡ଼ା ମାରିଥିବା ବ୍ୟକ୍ତିଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି। ହାର୍ଦ୍ଦିକ କହିଛନ୍ତି ଯେ, ମୋତେ ମାରିଦେବାକୁ ବିଜେପି ଚାହୁଁଛି। ସେଥିପାଇଁ ମୋତେ ଆକ୍ରମଣ କରାଯାଇଛି। କିନ୍ତୁ ମୁଁ ଚୁପ୍‌ ରହିବି ନାହିଁ।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories