www.samajalive.in
Sunday, December 14, 2025
17.1 C
Bhubaneswar

ବିଧାନସଭା ପରିସରରେ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ବିଶିଷ୍ଟସ୍ୱାଧୀନତାସଂଗ୍ରାମୀ, ଓଡ଼ିଶାରେ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣ ଏବଂ ଏକତ୍ରୀକରଣର ମୁଖ୍ୟ କର୍ଣ୍ଣଧାର ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ଉତ୍କଳ କେଶରୀ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲିକ, ଉପବାଚସ୍ପତି ସାଲୁଗା ପ୍ରଧାନ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ରାଜ୍ୟର ପ୍ରଗତି ସହ ଜନସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟର ପ୍ରସାର କ୍ଷେତ୍ରରେ ତାଙ୍କ ବହୁମୂଲ୍ୟ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି।

- Advertisement -

ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଅଶିନୀ ପାତ୍ର, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସରକାର ଦଳମୁଖ୍ୟ ସଚେତକଶ୍ରୀ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ଅନନ୍ତ ଦାସ, ରଘୁନନ୍ଦନ ଦାସ, ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହିି ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories