www.samajalive.in
Monday, December 8, 2025
27.1 C
Bhubaneswar

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ଆୟୋଜିତ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ଆୟୋଜିତ ପୁସ୍ତକ ପ୍ରଦର୍ଶନୀର ଉଦଯାପନୀ ଉତ୍ସବରେ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।

ଗ୍ରନ୍ଥାଗାରର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲୀପ ରାଉତରାଏ ମୁଖ୍ୟଅତିଥିଭାବେ ଯୋଗଦେଇ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଲିଖିତ ଉପାଦେୟ ପୁସ୍ତକ ଗୁଡିକ ଉପରେ ଆଲୋଚନା କରିଥିଲେ।

- Advertisement -

ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତାଭାବେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଓ ପ୍ରବଚକ ଜ୍ଞାନାନନ୍ଦ ସାଗର କୁମାର ଯୋଗ ଦେଇ ଶ୍ରୀଜୀଉ ମାନଙ୍କର ନୀଳାଦ୍ରି ବିଜେ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଗ୍ରନ୍ଥାଧ୍ୟକ୍ଷ ଶ୍ରୀମତୀ ସଂଘମିତ୍ରା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ରାଜ୍ୟ ଗ୍ରନ୍ଥାଗାରର କର୍ମଚାରୀ, ପାଠକ ଓ ପାଠିକା ମାନେ ଏହି ଉଦଯାପନୀ ଉତ୍ସବରେ ଯୋଗ ଦେଇଥିଲେ। ଏହି ପୁସ୍ତକ ପ୍ରଦର୍ଶନୀ ୧୪ ଦିନ ପର୍ଯ୍ୟନ୍ତ ଚାଲିଥିଲା।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories