www.samajalive.in
Sunday, December 7, 2025
26.1 C
Bhubaneswar

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପ୍ରେରଣାଦାୟକ ବକ୍ତବ୍ୟମାଳା

ଭୁବନେଶ୍ୱର:ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ ଆଜି ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର କୁ ପରିଭ୍ରମଣରେ ଆସିଥିଲେ। ପ୍ରଥମେ ସେ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପାଠକ ପାଠିକା ମାନଙ୍କ ନିମନ୍ତେ ଆୟୋଜିତ ହୋଇଥିବା “ପ୍ରେରଣା ଦାୟକ ଅଭିଭାଷଣ” କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ପାଠକ ଓ ପାଠିକାମାନଙ୍କୁ ସର୍ବଦା ଅଧ୍ୟୟନରତ ରହିବା ତଥା ଯୁବ ପାଠକ ଓ ପାଠିକାମାନଙ୍କୁ କଠିନ ପରିଶ୍ରମ କରି ନିଜ ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ସେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମକୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ର ସ୍ଵତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ଅନୁଜା ତାରିଣୀ ମିଶ୍ର ପରିଚାଳନା କରିଥିଲେ। ପ୍ରେରଣାଦାୟକ ବକ୍ତବ୍ୟ କାର୍ଯ୍ୟକ୍ରମ ପରେ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି ହୋଇଥିବାରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉତ୍ସବରେ ବହୁ ପାଠକ ପାଠିକା ଓ ରାଜ୍ଯ ଗ୍ରନ୍ଥାଗାର ର କର୍ମଚାରୀମାନେ ଯୋଗ ଦେଇଥିଲେ ଏବଂ ତାଙ୍କର ଶୁଭେଚ୍ଛା ନିର୍ଦ୍ଦେଶକ ମହୋଦୟଙ୍କୁ ଜଣାଇଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories