www.samajalive.in
Monday, December 15, 2025
26.1 C
Bhubaneswar

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପଧ୍ୟାୟ, ଉପନିର୍ଦ୍ଦେଶକ ଶ୍ରୀ ଦେବାନ୍ଦନ ବରିହା, ବିଭାଗର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ତଥା ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର, ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ, ବୁଦ୍ଧିଜୀବୀ ବର୍ଗ, ସମାଜସେବୀ ପ୍ରମୁଖ ଯୋଗଦେଇ ଡ଼ଃ ହରେକୃଷ୍ଣ ମହତାବଙ୍କ ସ୍ମୃତିଚାରଣ କରିଥିଲେ। ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପଠାରେ ଉତ୍କଳ କେଶରୀଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ ପାଳନ କରାଯିବ। ଏହି ଅବସରରେ ବିଭିନ୍ନ ପୁସ୍ତକ ଉନ୍ମୋଚନ ହେବା ସହ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ପକ୍ଷରୁ ପୁସ୍ତକ ପ୍ରଦର୍ଶନୀ, ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ତରଫରୁ ତୈଳଚିତ୍ର ପ୍ରଦର୍ଶନୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏଥିସହିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories