www.samajalive.in
Sunday, December 7, 2025
16.1 C
Bhubaneswar

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ଡ.ହରିବାବୁ କମ୍ଭମପତି

ଭୁବନେଶ୍ୱର: ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଡ.ହରିବାବୁ କମ୍ଭମପତି ଶପଥ ଗ୍ରହଣ କରିଛନ୍ତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇଛନ୍ତି ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଚରଣ ସିଂହ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିଥିବା ରାଜ୍ୟପାଳଙ୍କ ନିଯୁକ୍ତିପତ୍ରକୁ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ପାଠ କରିଥିଲେ। ଏହାପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

- Advertisement -

ଏହି ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡ଼ା, ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ପୁଲିସ ମହାନିର୍ଦେଶକ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି ସମେତ ବିଜେପି ଓ ବିଜେଡି ଦଳର ବିଧାୟକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। ଏହି ଅବସରରେ ନୂଆ ରାଜ୍ୟପାଳ ଡ.ହରିବାକୁ କମ୍ଭମପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା।

ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା ଗୁରୁବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ।

ଭୁବନେଶ୍ୱରରେ ସେ ପହଞ୍ଚିବା ପରେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ।

ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories