www.samajalive.in
Thursday, December 11, 2025
13.1 C
Bhubaneswar

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର: ବଦଳିଲେ ଓଡ଼ିଶାର ରାଜ୍ୟପାଳ। ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମ୍ଭମପତିିିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲାର ଟିମାସମୁଦ୍ରମ ଗାଁରେ ଜନ୍ମ ଲାଭ କରିଥିବା ଡକ୍ଟର ହରିବାବୁ କମ୍ଭମପତିିି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।

- Advertisement -

ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡକ୍ଟର ହରିବାବୁ କମ୍ଭମପତିିି ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦ ଭାବେ ନିର୍ବାଚିିତ ହୋଇଥିଲେ।

ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ୬ ନଭେମ୍ବର ୨୦୨୧ରେ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା ଏବଂ ୨୪ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ମିଜୋରାମ ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି। ଆସନ୍ତାକାଲି ସେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories