www.samajalive.in
Saturday, December 6, 2025
19.1 C
Bhubaneswar

ଘର ଭିତରେ ଭୟଙ୍କର ବିସ୍ଫୋରଣ : ୪ ମୃତ, ୧ ଗୁରୁତର

ନୂଆଦିଲ୍ଲୀ: ହରିୟାଣାର ଝାଜ୍ଜରର ବାହାଦୁରଗଡ ସହରରେ ଭୟଙ୍କର ବିସ୍ଫୋରଣ। ଗତକାଲି ବିଳମ୍ବିତ ରାତିରେ ହଠାତ୍ ଘର ଭିତରେ ବିସ୍ଫୋରଣ ଘଟିଥିଲା। ଏବଂ ତା ପରେ ପୁରା ଘରେ ନିଆଁ ଲାଗି ଯାଇଥିଲା। ପ୍ରଥମ ବିସ୍ଫୋରଣର ମାତ୍ର କିଛି ମିନିଟ୍ ପରେ ପୁର୍ନବାର ଦ୍ଵିତୀୟଥର ବିସ୍ଫୋରଣ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୪ ସଦସ୍ୟଙ୍କର ମୃତ୍ୟୁ ଘଟିଛି। ଜଣେ ବ୍ୟକ୍ତି ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ରେ ଘରର ଟାଇଲ୍ ଗୁଡିକ ଉଡିଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସେପଟେ ବିସ୍ଫୋରଣର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନଥିବାବେଳେ ଗ୍ୟାସ୍ ସିଲିଣ୍ଡରରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories