www.samajalive.in
Saturday, December 6, 2025
15.1 C
Bhubaneswar

ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ ଓ ହର୍ଷବର୍ଦ୍ଧନ, ଓଡ଼ିଶାରୁ ସ୍ଥାନ ପାଇବେ ୨ ସଦସ୍ୟ

ନୂଆଦିଲ୍ଲୀ: ମୋଦୀଙ୍କ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଇସ୍ତଫା ଦେଉଛନ୍ତି। ପୂର୍ବରୁ ମୋଦୀଙ୍କ ମନ୍ତ୍ରିମଣ୍ଡଳରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ, ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଥିବା ବେଳେ ଏବେ ପ୍ରତାପ ଷଡ଼ଙ୍ଗୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଇସ୍ତଫା ଇସ୍ତଫା ଦେଇଛନ୍ତି।

ଓଡ଼ିଶାରୁ ମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଏମଏସଏମଇ ଓ ପଶୁ ସମ୍ପଦ ବିଭାଗର ରାଷ୍ଟ୍ରମନ୍ତ୍ରୀ ଥିଲେ । ବାଲେଶ୍ୱରରୁ ପ୍ରଥମ ଥର ସାଂସଦ ହୋଇଥିବା ପ୍ରତାପଙ୍କୁ ୨୦୧୯ରେ ମୋଦୀ ନିଜ ମନ୍ତ୍ରୀମଣ୍ଡଳରେ ସାମିଲ କରିଥିଲେ ।

- Advertisement -

ସେହିପରି ନୂଆଦିଲ୍ଲୀରୁ ସାଂସଦ ହୋଇଥିବା ହର୍ଷବର୍ଦ୍ଧନ ୨୦୧୯ରୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଭାବେ କାମ କରୁଥିଲେ। ମହାମାରୀ କରୋନାର ଦ୍ୱିତୀୟ ଲହରୀକୁ ସରକାର ଠିକ ଭାବେ ମୁକାବିଲା କରିପାରୁ ନଥିବାରୁ ବିରୋଧୀ ତାଙ୍କ ଇସ୍ତଫା ଦାବି କରୁଥିଲେ।

ଅପରପକ୍ଷରେ ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨ ଜଣ ସଦସ୍ୟ ସ୍ଥାନ ପାଇବେ। ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ ଆଜି ରାଷ୍ଟ୍ରପତି ଭବନରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବେ। ଏହି ଦୁଇ ଜଣ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ମୋଦିଙ୍କ ସହ ଆଲୋଚନା କରିଥିଲେ। ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବେ କାର୍ୟ୍ୟ କରୁଛନ୍ତି। ଏହାକୁ ମିଶାଇ ଓଡ଼ିଶାରୁ ୩ ଜଣ କେନ୍ଦ୍ରମନ୍ତ୍ରୀ ଭାବେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ କାମ କରିବେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories