www.samajalive.in
Sunday, December 7, 2025
18.1 C
Bhubaneswar

ବନ୍ୟାଜଳରେ ଉବୁଟୁବୁ ହରିୟାଣା

ଡେସ୍କ: ହରିୟାଣାର ଅନେକ ଅଂଚଳ ବନ୍ୟାଜଳ ଘେରରେ ରହିଛି। ବିଶେଷ କରି ହରିୟାଣାର ଉତ୍ତର ଭାଗରେ ବନ୍ୟାର ବିଭୀଷିକା ଦେଖାଦେଇଛି। ବର୍ଷ ଜାରି ରହିଥିବାରୁ ହିମାଚଳ ପ୍ରଦେଶର ପ୍ରମୁଖ ନଦୀଗୁଡ଼ିକର ଜଳସ୍ଥର ବୃଦ୍ଧି ପାଇଛି ଓ ସେଥିଯୋଗୁ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଛି।

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଛନ୍ତି। ଆଜି ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲ ଅମ୍ବାଲା ଜିଲ୍ଲା ଗସ୍ତରେ ଯାଇ ବନ୍ୟା ପରିସ୍ଥିତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ହରିୟାଣାରେ ଉଭୟ ଏନଡିଆରଏଫ ଏବଂ ସେନା ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜୋରଦାର କରିଛନ୍ତି। ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଜଳ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି। ରାଜ୍ୟର ସମସ୍ତ ବିଭାଗକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ କରିବା ପାଇଁ କୁହାଯାଇଛି। ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ପରିସ୍ଥିତି ସ୍ୱାଭାବିକ ହେବା ନେଇ ଆଶା କରାଯାଉଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories