www.samajalive.in
Friday, December 5, 2025
20.1 C
Bhubaneswar

ଆଜି ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗ୍ରହଣ

ଚଣ୍ଡିଗଡ : ଆଜି ହରିୟାଣା ବିଧାନସଭା ନିର୍ବାଚନ । ଏଥିଲାଗି ଆଜି(ଶନିବାର) ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେଉଛି । ବିଧାନସଭାର ୯୦ଟି ଆସନ ପାଇଁ ମୋଟ ୧୦୩୧ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ପ୍ରତିଦ୍ବନ୍ଦ୍ବିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରେ ୧୦୧ ଜଣ ମହିଳା ଅଛନ୍ତି। ଏହି ନିର୍ବାଚନରେ ରାଜ୍ୟର ୨.୧ କୋଟି ଭୋଟର ସେମାନଙ୍କ ମତଦାନ କରିବେ। ମତଦାନ ନିମନ୍ତେ ୨୦,୬୨୯ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ଏହି ନିର୍ବାଚନରେ ବିଜେପି, କଂଗ୍ରେସ, ଆପ୍, ଆଇଏନଏଲଡି-ବିଏସ୍‌ପି, ଜେଜେପି-ଆଜାଦ ସମାଜ ପାର୍ଟି ନିଜର ପ୍ରାର୍ଥୀ ଦେଇଛନ୍ତି। ଅକ୍ଟୋବର ୮ରେ ହରିୟାଣା ସହିତ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଭୋଟ ଗଣତି ହେବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories