www.samajalive.in
Thursday, December 11, 2025
18.1 C
Bhubaneswar

ଗଣେଶ ଭସାଣ ଶୋଭାଯାତ୍ରା ଉପରେ ମାଡ଼ିଗଲା ଟ୍ରକ; ୮ ମୃତ, ୨୦ ଆହତ

ହସନ:କର୍ଣ୍ଣାଟକର ହସନ ଜିଲା ଅନ୍ତର୍ଗତ ହୋସାଲି ଗ୍ରାମରେ ଶୁକ୍ରବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଶୋଭାଯାତ୍ରା ଚାଲିଥିବାବେଳେ ଏକ ବଡ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଯାଉଥିବା ଲୋକଙ୍କ ଉପରେ ଏକ ଟ୍ରକ ମାଡି ଯିବାରୁ ୮ଜଣଙ୍କର ମୃତ୍ୟୁ ହେବା ସହ ୨୦ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଟ୍ରକ୍‌ଟି ନିୟନ୍ତ୍ରଣ ହରାଇ ଶୋଭାଯାତ୍ରା ଆଡକୁ ମାଡି ଆସିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଲାଗି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଚଡି କୁମାରସ୍ବାମୀ ମଧ୍ୟ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories