www.samajalive.in
Monday, December 8, 2025
20.1 C
Bhubaneswar

୯ଟି ପୂଜା କମିଟିକୁ ଉଚ୍ଚ ମୂର୍ତ୍ତି ପାଇଁ ହାଇକୋର୍ଟଙ୍କ ଅନୁମତି

କଟକ : କଟକ ସହରରେ ଦୁର୍ଗାପୂଜା ପାଇଁ ୯ଟି ପୂଜା କମିଟିକୁ ଉଚ୍ଚ ମୂର୍ତ୍ତି ପାଇଁ ଓଡ଼ିଶା ହାଇକୋର୍ଟ ଅନୁମତି ଦେଇଛନ୍ତି। ଫଳରେ ମୂର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ତେବେ ପ୍ରଶାସନ ଏହି ପୂଜା କମିଟିର ମୂର୍ତ୍ତି ବିସର୍ଜନ କରିବା ନେଇ ଅଦାଲତ ସର୍ତ୍ତ ରଖିଛନ୍ତି। ଅନ୍ୟପକ୍ଷରେ ଏହାକୁ ଉଦାହରଣ ଭାବେ ଗ୍ରହଣ କରାଯାଇ ପାରିବନି ବୋଲି ଅଦାଲତ କହିଛନ୍ତି। ସୂଚନା ଯୋଗ୍ୟ,  କଟକ ସହରରେ ଦୁର୍ଗାପୂଜା ପାଇଁ ମୂର୍ତ୍ତିର ଉଚ୍ଚତା ବିବାଦକୁ ନେଇ ଦାୟାର ମାମଲାର ଶୁଣାଣି କରି ମୂର୍ତ୍ତିର ଉଚ୍ଚତା ସଂପର୍କରେ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ଆଡଭୋକେଟ ଜେନେରାଲଙ୍କୁ ନିର୍ଦେଶ ଦେଇଥିଲେ।

ପୂର୍ବରୁ  ପୁଲିସ କମିଶନର ସହରର ୯ଟି ପୂଜା ମଣ୍ଡପରେ ମୂର୍ତ୍ତିର ଉଚ୍ଚତା ଅଧିକ ଥିବା ହାଇକୋର୍ଟଙ୍କୁ ଅବଗତ କରାଇଥିଲେ। ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗାପୂଜା ପାଇଁ ମୂର୍ତ୍ତିର ଉଚ୍ଚତା ୪ ଫୁଟ ରଖିବା ନିମନ୍ତେ ସରକାର ମାର୍ଗଦର୍ଶୀକା ଜାରି କରିଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories