www.samajalive.in
Monday, December 8, 2025
24.1 C
Bhubaneswar

ଉଚ୍ଚ ନ୍ୟାୟାଳୟରେ ୪ ଜିଲାପାଳଙ୍କୁ ନିର୍ଦେଶ : ବେଆଇନ ଘେରି ନିର୍ମାଣକାରୀଙ୍କ ବିରୋଧରେ ମାମଲା ରୁଜୁ କର

କଟକ :  ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗକୁ ନେଇ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓ ଜଷ୍ଟିସ୍‌ ଏସ. କେ ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ବେଆଇନ ଘେରି କରିଥିବା ଲୋକମାନଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ପାଇଁ ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଆଜି ଶୁଣାଣି ସମୟରେ ଜିଲ୍ଲାପାଳମାନେ ହାଜର ହୋଇଥିବାବେଳେ ଜବର ଦଖଲ ଉଚ୍ଛେଦ, କେତେ ସଂଖ୍ୟାରେ ମାମଲା ରୁଜୁ ହୋଇଛି; ସେ ସଂକ୍ରାନ୍ତରେ ସତ୍ୟପାଠ ଦାଖଲ କରିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଜୁୁଲାଇ ୭କୁ ହେବା ପାଇଁ କୋର୍ଟ ଧାର୍ଯ୍ୟ କରିଛନ୍ତି। କୋର୍ଟମିତ୍ର ମୋହିତ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।

ସୂଚନାଯୋଗ୍ୟ ଘେରିରେ ବ୍ୟବହୃତ ସାମଗ୍ରୀକୁ ନଷ୍ଟ କରିବା ପାଇଁ ଅଦାଲତ ନିର୍ଦେଶ ଦେଇ ଚିଲିକା ଭିତରେ ପୁଲିସ ପଇଁତରା କରିବା ପାଇଁ ଡିଜିଙ୍କୁ ନିର୍ଦେଶ ଦେଇଥିଲେ। ତେବେ ଉଚ୍ଛେଦ ପ୍ରକ୍ରିୟା ତ୍ୱରାନ୍ୱିତ କରି ପ୍ରତି ସପ୍ତାହରେ ଥରେ ତଦାରଖ କରିବା ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ବେଆଇନ ଘେରି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ପାଇଁ ଉଚ୍ଚନ୍ୟାୟାଳୟ କହିଥିଲେ। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶକ୍ରମେ ଉଚ୍ଚନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରିଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଚିଲିକା ଓ ଭିତରକନିକାରେ ଆଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଗ୍ରହଣ କରାଯାଉଥିବା ପଦକ୍ଷେପ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରି ନିଷ୍ପତ୍ତି ଗ୍ରହଣ କରିବ ବୋଲି ଉଚ୍ଚନ୍ୟାୟାଳୟ ନିର୍ଦେଶ ଦେଇଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories