www.samajalive.in
Saturday, December 6, 2025
26.1 C
Bhubaneswar

ବନ୍ୟା ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କୁମାରସ୍ୱାମୀ

ନୂଆଦିଲ୍ଲୀ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍‍.ଡି କୁମାରସ୍ୱାମୀ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ରାଜ୍ୟର ୭ଟି ଜିଲାରେ ବନ୍ୟାଜନିତ ବ୍ୟାପକ କ୍ଷତି ପାଇଁ ୧୧୯୯କୋଟି ଟଙ୍କାର ସହାୟତା ମାଗିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବାପା ଏଚ୍‍.ଡି ଦେବେଗୌଡ଼ା, ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱରନ୍‍, ମନ୍ତ୍ରୀ ଏଚ୍‍.ଡି ରାବଣା, ଆର.ବି ଦେଶପାଣ୍ଡେ, ଡି.କେ ଶିବକୁମାର ଓ କୃଷ୍ଣା ବାୟର ଗୌଡ଼ାଙ୍କ ସହିତ କୁମାରସ୍ୱାମୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ଅବସରରେ ସେମାନେ ମୋଟ ୩୦ ଜିଲା ମଧ୍ୟରୁ ୧୭ଟି ଜିଲାରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ ଏହି ବୈଠକକୁ କର୍ଣ୍ଣାଟକର ବରିଷ୍ଠ ବିଜେପି ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେମାନେ ଅନୁପସ୍ଥିତ ଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories