www.samajalive.in
Sunday, December 14, 2025
14.1 C
Bhubaneswar

ବରଯାତ୍ରୀ ଗାଡି ସହ ପ୍ରମେୟ ଖବର କାଗଜ ଗାଡିର ମୁହାଁମୁହିଁ ଧକ୍କା, ୩ ଗୁରୁତର

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ତୁମ୍ଭର୍ଲା ଛକ ନିକଟରେ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ସୁଚାନା ମିଳିଛି । ସମସ୍ତ ଗୁରୁତରଙ୍କୁ ପ୍ରଥମେ ପାପଡାହାଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହେବାରୁ ପରବର୍ତ୍ତୀ ମୁହୂର୍ତ୍ତରେ ଗୁରୁତରମାନଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେମାନଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ସୂଚନା ମୁତାବକ ଛତିଶଗଡ଼ର ସୁକମା ଅଞ୍ଚଳରୁ ନୂଆପଡା ଅଭିମୁଖେ ଯାଉଥିବା ଏକ ବରଯାତ୍ରୀ ଗାଡିକୁ ତୁମ୍ଭର୍ଲା ଛକ ନିକଟରେ ଭବାନୀପାଟଣା ରୁ ନବରଙ୍ଗପୁର ଆସୁଥିବା ପ୍ରମୟ ଖବର କାଗଜ ଗାଡି ସହ ମୁହାଁମୁହିଁ  ଧକ୍କା ହୋଇଥିଲା । ଫଳରେ  ବରଯାତ୍ରୀ ଗାଡ଼ିରେ ଥିବା ୬ ଜଣ ଯାତ୍ରୀଙ୍କ ମଧ୍ୟରୁ କିରଣ ପଉଦା , ସମା ରଜନୀ ଏବଂ ସୁନୀଲ ବେଗରୀ ଙ୍କୁ ସଙ୍ଗେସଙ୍ଗେ ପାପଡାହାଣ୍ଡି ମେଡିକାଲରେ ଭର୍ତ୍ତି କରାଇଥିଲେ ସ୍ଥାନୀୟ ବାସିନ୍ଦା । ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories