ଜି. ଉଦୟଗିରି: ଜି ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତସ୍ଥିତ କଳିଙ୍ଗା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ତ୍ରିପାଠୀ(୫୯)ଙ୍କର ହୃଦଘାତରେ ପରଲୋକ ହୋଇଯାଇଛି। ରବିବାର ଶ୍ରୀଯୁକ୍ତ ତ୍ରିପାଠୀ ସାଧାରଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିସାରିବା ପରେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଜି. ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Popular Categories



