www.samajalive.in
Sunday, December 7, 2025
26.1 C
Bhubaneswar

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ପରଲୋକ

ଚକାପାଦ: କନ୍ଧମାଳ ଜିଲା ଚକାପାଦ ବ୍ଳକ ଅନ୍ତର୍ଗତ ଲାଇନପଡ଼ା ସ୍ଥିତ ହାଟପଦା ସାହିରେ ବାସ କରୁଥିବା ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଉମାଚରଣ ବେହେରା (୭୬)ଙ୍କର ପରଲୋକ ଘଟିଛି। ସେ ଉକ୍ତ ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଭାବେ ଦାୟିତ୍ୱ ତୁଲାଇଥିଲେ। ଅବସର ପରେ ସେ ନିଜ ଗ୍ରାମରେ ରହୁଥିବା ବେଳେ ଦୀର୍ଘଦିନ ହେଲା ସେ ମଧୁମେହ ରୋଗରେ ପିଡ଼ିତ ଥିଲେ। ଗତ ୨ ମାସ ହେଲା ଶଯ୍ୟାଶାୟୀ ଥାଇ ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଥିଲେ। ସେ ହଠାତ୍‍ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ଖଜୁରିପଡ଼ା ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ଡ଼ାକ୍ତର ମୃତ ଘୋଷଣା କରିଥିଲେ।

ଶେଷ ସମୟରେ ତାଙ୍କର ବଡ଼ପୁଅ କମଳାକାନ୍ତ, ଶିବ ଶଙ୍କର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ କରାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ଲାଇନପଡ଼ା ଓ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories