www.samajalive.in
Saturday, December 6, 2025
15.1 C
Bhubaneswar

ଔଷଧୀୟ ଗୁଣରେ ଭରପୂର ଧନିଆ

ଧନିଆ ଖାଦ୍ୟରେ ସ୍ୱାଦ ବଢାଇବା ସହ ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ। ପେଟ ଯନ୍ତ୍ରଣା,ମୁଣ୍ଡ ବିନ୍ଧା ଭଳି ବିଭିନ୍ନ ସମସ୍ୟା ଦୂର ହୋଇଥାଏ। ଧନିଆ ମଞ୍ଜି ଠାରୁ ଧନିଆ ପତ୍ରକୁ ଭିନ୍ନ ଭିନ୍ନ ପ୍ରକାରେ ବିଭିନ୍ନ ରୋଗ ପାଇଁ ବ୍ୟବହାର କରାଯାଇଥାଏ। ଜାଣନ୍ତୁ ତାହା କ’ଣ….
ଧନିଆର ଔଷଧୀୟ ଗୁଣ –
କାଶ ଓ ଥଣ୍ଡା ପାଇଁ ଧନିଆକୁ ଉଷୁମ ପାଣିରେ ପକାଇ ଏହାକୁ ଛାଣନ୍ତୁ। ଛାଣିବା ପରେ ଏଥିରେ ମିଶ୍ରି ସାମାନ୍ୟ ହଳଦୀ ପକାଇ ଗୋଳାନ୍ତୁ। ଗୋଳାଇବା ପରେ ଏହାକୁ ପିଅନ୍ତୁ। ଏପରି କରିବା ଫଳରେ ଥଣ୍ଡା ଜନିତ ସମସ୍ୟା ଦୂର ହୋଇଥାଏ।
ଚା’ପ୍ରସ୍ତୁତ କରିବା ସମୟରେ ମଧ୍ୟ ଧନିଆକୁ ପକାଇ ଏହାକୁ ପିଇ ପାରିବେ।
ପାଚନରେ ସହାୟକ –
ଧନିଆ ଗୁଣ୍ଡ ଖାଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ।
ଥଣ୍ଡାରୁ ଦୂରରେ ରଖେ –
ନିୟମିତ ଅଳ୍ପ ଧନିଆ ଚୋବାଇ ଖାଇବା ଦ୍ୱାରା ଥଣ୍ଡା ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ।
ବେଳେ ବେଳେ ହଠାତ ନାକରୁ ରକ୍ତ ବାହାରିଥାଏ। ଧନିଆର ରସ ପକାଇବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ।
ମୁଣ୍ଡ ବିନ୍ଧାରୁ ମୁକ୍ତି –
ଧନିଆର ପେଷ୍ଟ ପ୍ରସ୍ତୁତ କରି ଏହାକୁ ମୁଣ୍ଡରେ ଲଗାଇବା ଦ୍ୱାରା ମୁଣ୍ଡ ବିନ୍ଧା ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ।
ପେଟରୁ କୃମି ଦୂର କରେ –
ଧନିଆ ଖାଇବା ଦ୍ୱାରା ପେଟରେ କୃମି ହୋଇନଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories