www.samajalive.in
Sunday, December 7, 2025
26.1 C
Bhubaneswar

ଟିକାକରଣ ନୂତନ ନିୟମ ଅନୁସାରେ ଟିକାର ଅନୁପାତକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ପରିବର୍ତ୍ତିତ କୋଭିଡ ଟିକାକରଣ ଗାଇଡଲାଇନ ଅନୁଯାୟୀ ଘରୋଇ ଡାକ୍ତରଖାନାଗୁଡ଼ିକ ଟିକା ପ୍ରସ୍ତୁତ କମ୍ପାନୀଠାରୁ ସିଧାସଳଖ ଭାବେ ୨୫% ଟିକା କିଣି ପାରିବେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନଙ୍କୁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଚିଠି ଲେଖି ଜଣାଇଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୭ଟି ଡାକ୍ତରଖାନା କମ୍ପାନୀଠାରୁ ଟିକା ପାଇଛନ୍ତି। ଓଡ଼ିଶାରେ ଲୋକସଂଖ୍ୟା ଅନୁପାତରେ ଘରୋଇ ଡାକ୍ତରଖାନା ସଂଖ୍ୟା ବହୁତ କମ ଅଟେ। ଏହା ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ମାତ୍ର ୫% ଅଟେ। ଏଥିରୁ ଆଶଙ୍କା କରାଯାଉଛି ଯେ ପ୍ରଚଳିତ ଗାଇଡଲାଇନ ଅନୁସାରେ ରାଜ୍ୟ ତାର ୨୫% ଟିକା ଅନୁଦାନ ହରାଇବ। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ସ୍ୱା୍‍ଥ୍ୟ ସଚିବଙ୍କୁ ଅବଗତ କରି ସାରିଛନ୍ତି। ଏହି ୭୫:୨୫ ଅନୁପାତକୁ ପରିବର୍ତ୍ତନ କରି ୯୫:୫ ପ୍ରତିଶତକୁ ପରିବର୍ତ୍ତନ କରାଯାଉ, ଯାହା ଫଳରେ ରାଜ୍ୟର ଅନୁପାତିକ ହାରରେ ଘରୋଇ ଡାକ୍ତରଖାନାଗୁଡ଼ିକ ଆବଶ୍ୟକୀୟ ଟିକା କିଣି ପାରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ପ୍ରକାଶ କରିଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୨୦୨୧ ଜୁନ ମାସ ୨୧ ତାରିଖଠାରୁ ଦୈନିକ ୩ଲକ୍ଷ ହିତାଧିକାରୀଙ୍କୁ ଟିକାଦେଇ ଆସୁଛନ୍ତି। ଏହାଫଳରେ ରାଜ୍ୟରେ ୧୦୦ ପ୍ରତିଶତ ଟିକାଦାନର ଲକ୍ଷ ପୂରଣ ହୋଇପାରିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନଙ୍କୁ ପତ୍ର ଲେଖି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅନୁରୋଧ କରିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories