ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ୧୦ ଲକ୍ଷ: ସ୍ଵାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଆୟୁଷ୍ମାନ ଭାରତ ଯୋଜନାରେ ମହିଳାମାନଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା। ଏଥିସହ ଦେଶର ୩୦ ହଜାର ଡାକ୍ତରଖାନାରେ ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ଏନେଇ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର ପ୍ରତି ପରିବାରର ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ପ୍ରଦାନ କରିବେ। ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀ ମାସରୁ ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା।

Comments are closed.