www.samajalive.in
Wednesday, December 10, 2025
18.1 C
Bhubaneswar

କରୋନା ଭୂତାଣୁ ସଂକ୍ରମଣ ଓ ମୁକାବିଲା : କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ସମୀକ୍ଷା

ନୂଆଦିଲ୍ଲୀ :  କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପ୍ରୀତିସୂଦନ ଶନିବାର ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସ୍ୱାସ୍ଥ୍ୟସଚିବମାନଙ୍କ ସହ ଯୋଗାଯୋଗ କରି କରୋନା ଭୂତାଣୁ ସଂକ୍ରମଣ ବ୍ୟାପକତାକୁ ରୋକିବା ଦିଗରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସେ ମଧ୍ୟ ସଂପୃକ୍ତ ମନ୍ତ୍ରଣାଳୟର ସଚିବମାନଙ୍କ ସହ ଏ ବିଷୟରେ କଥାବାର୍ତ୍ତା କରିଛନ୍ତି । ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇ କୁହାଯାଇଛି, କିଛି ସ୍ୱାସ୍ଥ୍ୟଗତ ସଚେତନ ଅଭ୍ୟାସ ଦ୍ୱାରା ଭୂତାଣୁ ସଂକ୍ରମଣକୁ ରୋକାଯାଇ ପାରିବ। ଲୋକମାନଙ୍କୁ ବାରମ୍ବାର ସାବୁନରେ ହାତ ଧୋଇବା କିମ୍ବା ସାନିଟାରୀ ଲିକୁଇଡ୍‍ ହାତରେ ମାଲିସ୍‍ କରିବା ପାଇଁ ପରାମର୍ଶ ଦିଆଯାଇଛି । କାଶିବା କିମ୍ବା ଛିଙ୍କିବା ସମୟରେ ମୁହଁ ଓ ନାକକୁ ରୁମାଲ୍‍, ଟିସୁ ପେପର କିମ୍ବା କହୁଣୀ ଦ୍ୱାରା ଆଚ୍ଛାଦିତ ରଖିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଯେଉଁମାନଙ୍କଠାରେ ଜ୍ୱର କିମ୍ବା କାଶର ଲକ୍ଷଣ ଦେଖାଯାଉଛି, ସେମାନଙ୍କଠାରୁ ଦୂରରେ ରହିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି । ଗୃହପାଳିତ ପଶୁ, ବନ୍ୟଜନ୍ତୁ ଓ କୃଷିକାର୍ଯ୍ୟ ପାଇଁ ନିୟୋଜିତ ପଶୁମାନଙ୍କ ସହ ସିଧାସଳଖ ସଂସ୍ପର୍ଶରେ ନ ଆସିବା ପାଇଁ ପରାମର୍ଶ ଦିଆଯାଇଛି।

File Photo : representational Image, PIB

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories