www.samajalive.in
Saturday, December 6, 2025
26.1 C
Bhubaneswar

ବାରମ୍ବାର ଦେହ ଖରାପ ହେଉଥିଲେ ନିଶ୍ଚୟ ଖାଆନ୍ତୁ ଏହି ଖାଦ୍ୟ

ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ ଏହା ଆମ ଦୈନନ୍ଦିନ ଜୀବନ ଉପରେ ଖୁବ ପ୍ରଭାବ ପକାଇଥାଏ। ସ୍ୱାସ୍ଥ୍ୟର ଅବସ୍ଥା ଠିକ ନ ରହିଲେ କୌଣସି କାର୍ଯ୍ୟରେ ଆଗ୍ରହ ମଧ୍ୟ ଆସିନଥାଏ। ରୋଗ ପ୍ରତିରୋଧକ କ୍ଷମତା ଦୁର୍ବଳ ହେବା ଦ୍ୱାରା ବିଭିନ୍ନ ପ୍ରକାର ଜୀବାଣୁ ଓ ଭୂତାଣୁ ଶରୀରକୁ ଅତି ସହଜରେ ଆକ୍ରମଣ କରିଥାଆନ୍ତି। ଫଳରେ ଲୋକେ ବାରମ୍ବାର ରୋଗରେ ପଡ଼ନ୍ତି। ଜୀବାଣୁ ଓ ଭୂତାଣୁ ସହ ଲଢିବା ପାଇଁ ରୋଗ ପ୍ରତିରୋଧକ ଶକ୍ତି ଆମକୁ ସାହାଯ୍ୟ କରିଥାଏ। ତେଣୁ ଏହି ରୋଗ ପ୍ରତିରୋଧକ କ୍ଷମତାକୁ ସଠିକ ରଖିବା ନିହାତି ଆବଶ୍ୟକ । ସଠିକ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦେବା ଦ୍ୱାରା ଏହି ସମସ୍ୟା ଦୂର ହେବ। ଜାଣନ୍ତୁ କେଉଁ ଖାଦ୍ୟ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ କ୍ଷମତା ବଢେ….
ରସୁଣ –
ରସୁଣରେ ପ୍ରଚୁର ପରିମାଣରେ ଆଣ୍ଟି ଅକ୍ସିଡ଼ାଣ୍ଟ ରହିଛି। ଏହା ଆମ ରୋଗ ପ୍ରତିରୋଧକ କ୍ଷମତାକୁ ମଜବୁତ କରିଥାଏ।
ପାଳଙ୍ଗ ଶାଗ –
ପାଳଙ୍ଗ ଶାଗରେ ଥିବା ପୋଷକ ତତ୍ତ୍ୱ ଶରୀରରେ ନୂତନ କୋଷିକା ବା ସେଲ ତିଆରି କରିଥାଏ। ଏଥିରେ ଫାଇବର , ଆଣ୍ଟି ଅକ୍ସିଡ଼ାଣ୍ଟ, ଭିଟାମିନ ସି , ଆଇରନ ରହିଛି। ଯାହା ଆମ ଶରୀରକୁ ସୁସ୍ଥ ରଖିଥାଏ।
ଛତୁ –
ଛତୁରେ ଥିବା ପୋଷକ ତତ୍ତ୍ୱ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ। । ଏହାକୁ ଖାଇବା ଦ୍ୱାରା ମଧ୍ୟ ଶରୀର ପାଇଁ ଲାଭଦାୟକ ଅଟେ।
ବ୍ରୋକୋଲି –
ଏଥିରେ ଭିଟାମିନ ଏ ଓ ସି ସହ ଅନ୍ୟ ଆଣ୍ଟି ଅକ୍ସିଡ଼ାଣ୍ଟ ମଧ୍ୟ ରହିଛି। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢାଇଥାଏ।
ଏହି ସମସ୍ତ ଖାଦ୍ୟ ବ୍ୟତୀତ ରୋଗ ପ୍ରତିରୋଧକ କ୍ଷମତାକୁ ବଢାଇବା ପାଇଁ ଅନ୍ୟ କେତେକ ଦିଗ ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ ଅଟେ। ଜାଣନ୍ତୁ ତାହା କ’ଣ….
ଠିକ ସମୟରେ ଶୁଅନ୍ତୁ।
ନିୟମିତ ବ୍ୟାୟାମ କରନ୍ତୁ।
ନିଶାଦ୍ରବ୍ୟର ସେବନ କରନ୍ତୁ ନାହିଁ।
ସବୁଜ ପନିପରିବା ଓ ଫଳ ଖାଆନ୍ତୁ।
କିଛି ସମୟ ସକାଳର ଖରାରେ ରୁହନ୍ତୁ।
ଡ଼ାକ୍ତରଙ୍କ ପରାମର୍ଶ ବିନା କୌଣସି ଔଷଧ ଖାଆନ୍ତୁ ନାହିଁ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories