www.samajalive.in
Monday, December 15, 2025
16.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ସୋମବାର ଜନ ଅଭିଯୋଗ ଶୁଣାଣି ହେବ। ସକାଳ ୧୦ଟା ୩୦ରୁ ଭୁବନେଶ୍ବର ୟୁନିଟ-୨ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ। ଗତ ସେପ୍ଟେମ୍ବର ୮ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ଆଉ ପୁନଃ ପଞ୍ଜୀକରଣ କରିବା ଆବଶ୍ୟକ ନାହିଁ।

ସେପ୍ଟେମ୍ବର ୮ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ବୀକାରପତ୍ର, ବ୍ୟକ୍ତିଗତ ପରିଚୟପତ୍ର ତଥା ଆବେଦନ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ, ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଗତ ଅଗଷ୍ଟ ୧୧ରେ ଅନୁଷ୍ଠିତ ହୋଇଥିଲା। ଏହାପରେ ବିଭିନ୍ନ କାରଣରୁ ସୋମବାର ହେଉଥିବା ଏହି ଅଭିଯୋଗ ଶୁଣାଣି ବନ୍ଦ ଥିଲା।

Hot this week

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

Related Articles

Popular Categories