www.samajalive.in
Sunday, December 7, 2025
16.1 C
Bhubaneswar

ତତଲା ତାୱାରେ ସିଝୁଛି ସାରା ଓଡ଼ିଶା

ଭୁବନେଶ୍ୱର: ତତଲା ତାୱାରେ ସିଝୁଛି ଓଡ଼ିଶା । ଅଧା ଓଡ଼ିଶାକୁ କଲବଲ କରୁଛି ତାତି। ଆଜି ସକାଳ ୧୧ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୨.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ସାଙ୍ଗକୁ ଝାଞ୍ଜି ପବନରେ ଆକ୍ତାମାକ୍ତା ଜନଜୀବନ । ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ। ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ । ଜୁନ୍ ୨୦ ଯାଏଁ ଖରା, ଗରମ ଓ ଉଚ୍ଚ ତାପମାତ୍ରା ଲାଗି ରହିବ । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ସିଭିୟର ହିଟୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ଢେ଼ଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କଟକ, ଦେଓଗଡ଼, ଅନୁଗୁଳ, ଖୋର୍ଦ୍ଧା ଓ ନୂଆପଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ଯେ ୧୮ ତାରିଖ ପରେ ପୂର୍ବ ଭାରତକୁ ଆସିବ ମୌସୁମୀ । ୨୧ ବେଳକୁ ଓଡ଼ିଶା ଛୁଇଁବା ନେଇ ସମ୍ଭାବନା ରହିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories