www.samajalive.in
Tuesday, December 9, 2025
26.1 C
Bhubaneswar

ସାଢେ ୮ରେ ୩୮ ଡିଗ୍ରୀ ଟପିଲା ତାତି

ଭୁବନେଶ୍ଵର: ତାତିରୁ ନାହିଁ ନିସ୍ତାର। ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଛି। ୩୮.୪ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୭.୪, ବାରିପଦାରେ ୩୬.୪, ବଲାଙ୍ଗୀରରେ ୩୬.୨, ଟିଟଲାଗଡ ଓ ବାଲେଶ୍ଵରରେ ୩୬, ହୀରାକୁଦରେ ୩୫.୬, ଝାରସୁଗୁଡା ଓ କେନ୍ଦୁଝରରେ ୩୫.୪, କଟକ​‌ରେ ୩୫ ଡିଗ୍ରୀ, ସମ୍ବଲପୁର , ମାଲକାନଗିରି ଓ ବୌଦ୍ଧରେ ୩୫ , ଭୁବନେଶ୍ଵରଓ ସୋନପୁରରେ ୩୪.୮, ରାଉରକେଲାରେ ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେପଟେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏବଂ ଆଉ ଦୁଇ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ପୂର୍ବ ପରି ବଳବତ୍ତର ରହିବ। କାଳବୈଶାଖୀ ବର୍ଷା ପ୍ରଭାବରେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories