www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ- ସାରା ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର- ଆସନ୍ତା ଦୁଇ ଦିନ ସାରା ଓଡ଼ିଶାରେ  ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ରାଜ୍ୟର ୮ଟି ଜିଲ୍ଲାରେ ହିଟ୍‌ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଅଛି । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସାରା ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ୨୧ ତାରିଖ ପର୍ଯ୍ୟନ୍ତ ଏପରି ପାଗ ରହିବ ବୋଲି ପୂର୍ବାନୁମାନ କରାଯାଇଛି ।

୨୧ ତାରିଖ ପରେ ପାଗ ସାମାନ୍ୟ ପରିବର୍ତ୍ତନ ହୋଇପାରେ । ଏହାପରେ ରାଜ୍ୟରେ କେତକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମଙ୍ଗଳବାରରେ ଝାରସୁଗୁଡାରେ ଦିନ ଦୁଇଟା ସୁଦ୍ଧା ସର୍ବାଧିକ ୪୨.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁ ର ଓ ଭୁବନେଶ୍ୱରରେ ୪୨.୨, ଡିଗ୍ରୀ    , ହୀରାକୁଦରେ ୪୧.୦ ଡିଗ୍ରୀ, ଚାନ୍ଦବାଲିରେ ୪୦.୮  ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories