www.samajalive.in
Saturday, December 6, 2025
23.1 C
Bhubaneswar

ଡେଙ୍ଗୁ ସଂକ୍ରମଣ ରୋକିବା ପାଇଁ ସ୍ୱାସ୍ଥ୍ୟବିଭାଗର ତତ୍ପରତା

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଥିବାରୁ ଏହାକୁ ରୋକିବା ପାଇଁ ସ୍ୱାସ୍ଥ୍ୟବିଭାଗ ତତ୍ପରତା ଦେଖାଇଛି । ବିଗତ ୫ବର୍ଷ ଭିତରେ ଯେଉଁସବୁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ ହୋଇଥିଲା ତାହାକୁ ଚିହ୍ନଟ ସହ ସର୍ବେକ୍ଷଣ କରିବା ଲାଗି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ବର୍ଷା ଋତୁ ଆରମ୍ଭ ହୋଇଥିବାରୁ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ସାଧାରଣତଃ ଅଧିକ ଦେଖିବାକୁ ମିଳିଥାଏ । ଆଗୁଆ ସତର୍କ ରହିବା ଓ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ହୋଇଛି । ଡେଙ୍ଗୁ ନିୟନ୍ତ୍ରଣକୁ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଅଧିକ ମଶା ହେଉଥିବା ସ୍ଥାନରେ ମଶା ତେଲ ପକାଯାଉଛି । ଲୋକଙ୍କୁ ମଧ୍ୟ ସଚେତନ କରାଯାଉଛି ବୋଲି ମେୟର କହିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories