www.samajalive.in
Monday, December 15, 2025
27.1 C
Bhubaneswar

ଆଜିଠୁ ରାଜ୍ୟରେ ପୁଣି ବଢିବ ତାତି, ୧୪ ଓ ୧୫ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ପୁଣି ବଢିବ ତାତି। ୪ଦିନ ଯାଏ ରାଜ୍ୟରେ ଉପରମୁହାଁ ରହିବ ପାରଦ। ଦିନ ତାପମାତ୍ରା ୬ରୁ ୮ଡିଗ୍ରୀ ଯାଏ ବୃଦ୍ଧି ହୋଇ ୪୩ରୁ ୪୪ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୧୪ ଓ ୧୫ ତାରିଖରେ ହିଟ୍‌‌ ୱେଭ୍‌‌ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ ତାରିଖ ବେଳକୁ ପାଖାପାଖି ୧୧ ଜିଲ୍ଲାରେ ଉଷ୍ମ ଆଦ୍ର ପାଣିପାଗ ସ୍ଥିତି ରହିବ। ୧୫ତାରିଖରେ ୭ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବା ସମ୍ଭାବନା ଥିବାରୁ ସତର୍କ କରିଛି ପାଣିପାଗ ବିଭାଗ। ଉପକୂଳ ଅଂଚଳରେ ଗୁଳୁଗୁଳି ଅନୁଭୂତ ହେବ, ରାତି ତାପମାତ୍ରା ୩ରୁ ୪ଡିଗ୍ରୀ ବଢିବ। ସେହିପରି ୧୭ ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ। ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ଯୋଗୁଁ ପାଗରେ ପରିବର୍ତ୍ତନ ଘଟିଥିଲା। ପ୍ରବଳ ଗରମ ଗୁଳୁଗୁଳିରୁ ଆଶ୍ୱସ୍ତି ଲାଭ କରିଥିଲେ ଲୋକେ।

 

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories