www.samajalive.in
Friday, December 12, 2025
16.1 C
Bhubaneswar

ବଢ଼ିବ ତାତି, ୨୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟବ୍ୟାପୀ ଅସମ୍ଭାଳ ତାତି ଲାଗିରହିଥିବାବେଳେ ସପ୍ତାହକ ଭିତରେ ତାତିରୁ ଆଶ୍ବସ୍ତି ମିଳିବାର ସମ୍ଭାବନା ନାହିଁ। ଆସନ୍ତା ୪୮ଘଣ୍ଟାରେ ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବା ସହିତ ଅଧିକାଂଶ ଜିଲାରେ ଝଡ଼, କୁଆପଥର ବୃଷ୍ଟି ଓ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇଁ ୨୧ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
ରାଜ୍ୟରେ ଗ୍ରୀଷ୍ମପ୍ରବାହରୁ ତ୍ରାହି ମିଳୁନି। ସୋମବାର ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗୀରରେ ତାପମାତ୍ରା ସର୍ବାଧିକ ୪୧.୫ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ସେହିପରି ବୌଦ୍ଧ, ଟିଟିଲାଗଡ଼, ମାଲକାନଗିରି, ତାଳଚେରରେ ପାରଦ ୪୦ଡ଼ିଗ୍ରୀ ଉପରେ ରହିଛି। ଝାରସୁଗୁଡ଼ା, ଭବାନିପାଟଣା, ସୋନପୁର, ସମ୍ବଲପୁର, ଅନୁଗୋଳ, ହୀରାକୁଦ, ନୟାଗଡ଼ରେ ପାରଦ ୩୯ରୁ ୪୦ଡ଼ିଗ୍ରୀ ମଧ୍ୟରେ ରହିଛି। ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫଳରେ ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡ଼ିଗ୍ରୀ ଉପରେ ରହିବ।
ଆସନ୍ତା ୨୪ଘଣ୍ଟା ଭିତରେ ଉତ୍ତର ଓଡ଼ିଶା ଉପକୂଳର ଅଧିକାଂଶ ଅଞ୍ଚଳରେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳର କିଛି ଅଞ୍ଚଳରେ ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ବଜ୍ରପାତ ଏବଂ ବର୍ଷାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁରର କିଛି ଅଞ୍ଚଳରେ କୁଆପଥର ବୃଷ୍ଟି ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ପୁରୀ, ଜଗତସିଂହପୁରରେ ୩୦ରୁ ୪୦କିମି ବେଗରେ ପବନ ସହିତ ବର୍ଷା ହୋଇପାରେ। ଆସନ୍ତା ୨୨ତାରିଖରେ ଉପକୂଳ ଓଡ଼ିଶା ସମେତ ୧୨ଟି ଜିଲାରେ ଝଡ଼ବର୍ଷା ହେବ।
ବି​‌େଶ‌ଷ କରି ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ ଓ କୋରାପୁଟରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଆସନ୍ତା ୨୩ରେ ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ୨୪ରେ ପ୍ରାୟ ୧୩ଟି ଜିଲାରେ ଝଡ଼ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories