www.samajalive.in
Sunday, December 7, 2025
14.1 C
Bhubaneswar

ପୁଣି ବଢିବ ତାତି: ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ଦିନ ତାପମାତ୍ରା

ଭୁବନେଶ୍ବର : ସପ୍ତାହେ ହେଲା କାଳବୈଶାଖୀ ଜନିତ ବର୍ଷା ପବନ ଯୋଗୁଁ ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ଆଗାମୀ ୪୮ଘଣ୍ଟା ପରେ ପୁଣି ତାତି ବଢିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ୪୮ ଘଣ୍ଟା ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମି.ମି ଢେଙ୍କାନାଳରେ ରେକର୍ଡ ହୋଇଥିବା ବେଳେ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡିଶାର ଅନେକ ସ୍ଥାନରେ ବର୍ଷା ସହିତ ବିଜୁଳି ଘଡଘଡି ହେବା ସମ୍ଭାବନା ରହିଛି। ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର ନୂଆପଡାରେ ଦିନ ତାପମାତ୍ରା ସବୁଠୁ ଅଧିକ ୪୪ଡିଗ୍ରୀ ରେକର୍ଡ ହୋଇଥିବାବେଳେ ମାଲକାନଗିରି ୪୦.୭, ଟିଟିଲାଗଡ ୪୦.୫, ବଲାଙ୍ଗିର ୪୦.୭ ସୁନ୍ଦରଗଡ ୪୦, ସମ୍ବଲପୁର ୪୦.୪, ଝାରସୁଗୁଡା ୪୦, ଭୁବନେଶ୍ବର ୩୬ ଏବଂ କଟକରେ ୩୬.୨ଡିଗ୍ରୀ ରେକର୍ଡ ହୋଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories