www.samajalive.in
Saturday, December 6, 2025
16.1 C
Bhubaneswar

୧୯ରୁ ବଢ଼ିବ ତାତି: ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ୱର : ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୩ଦିନ ପର୍ଯ୍ୟନ୍ତ ତାପମାତ୍ରା ବଢିବ। ଆସନ୍ତା ୧୯ରୁ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିପାରେ। ଆଜି (ଗୁରୁବାର) ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବାର ସମ୍ଭାବନା ରହିଛି।  ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ପୂର୍ବ ବିଦର୍ଭ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସତର୍କତା ଜାରି କରାଯାଇଛି। ୧୯ରୁ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ଣରେ ବର୍ଷା ହୋଇପାରେ। ବୁଧବାର ନୂଆପଡାରେ ୪୨.୨ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ବଲାଙ୍ଗିର ୪୦.୩, ସୁନ୍ଦରଗଡ ୪୦, ସମ୍ବଲପୁର ୪୦.୫, ଝାରସୁଗୁଡା ୪୦.୨, ଭୁବନେଶ୍ବର ୩୭.୨ ଏବଂ କଟକରେ ୩୭ ଡିଗ୍ରୀ ରହିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories