ଭୁବନେଶ୍ଵର: ପୁଣି ବଢିବ ତାତି, କଲବଲ କରିବ ଖରା। ଆଗାମୀ ଦୁଇ ତିନି ଦିନରେ ତାପମାତ୍ରା ୩ ଡିଗ୍ରୀରୁ ୫ ଡିଗ୍ରୀ ବଢିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ଗୁଳୁଗୁଳି ସ୍ଥିତି ରହିବ ଏବଂ ତାପମାତ୍ରା ବି ବୃଦ୍ଧି ପାଇବ। ୨୯ ଏବଂ ୩୦ ତାରିଖରେ ୪ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ରହିବ। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡାରେ ତାତି ବଢିବା ନେଇ ସୂଚନା ରହିଛି। ୩୦ ରୁ ୧ ତାରିଖରେ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ପବନ ହୋଇପାରେ। ଅନ୍ୟପଟେ ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ-ନିକୋବର ପହଞ୍ଚି ସାରିଛି। ଏହା ଆସନ୍ତା ମେ’ ୩୧ କିମ୍ବା ଜୁନ୍ ୧ ତାରିଖରେ କେରଳ ଉପକୂଳ ଛୁଇଁବ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ସଅଳ ଆସିବ ଏବଂ ଦେଶରେ ସ୍ବାଭାବିକରୁ ଅଧିକ ବର୍ଷା ଆଣିବ। ଜୁନରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ମୌସୁମୀ ଋତୁରେ ଦେଶର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି।
Popular Categories



