www.samajalive.in
Saturday, December 6, 2025
16.1 C
Bhubaneswar

ଆସୁଛି ଗ୍ରୀଷ୍ମପ୍ରବାହ: ୨ରୁ ବଢିବ ତାତି

ଭୁବନେଶ୍ବର: ରାଜ୍ୟକୁ ମାଡି ଆସୁଛି ଗ୍ରୀଷ୍ମ ପ୍ରବାହ। ଦିନ ତାପମାତ୍ରା ବଢିବା ସହ ରାତି ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ । ଫଳରେ ଦିନରେ ଅତ୍ୟଧିକ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି।ଏପ୍ରିଲ ୨ରୁ ୬ ତାରିଖ ମଧ୍ୟରେ ଦିନ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବାକୁ ଥିବାବେଳେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୫ ଡିଗ୍ରୀ ଅଧିକ ରହିବା ଏହାକୁ ଦୃଷ୍ଟିରେ ରଖି  ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି। ଶନିବାର ଏବଂ ରବିବାର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ମାଲକାନଗିରି। ଏଠାରେ ସର୍ବାଧିକ ତାପମାତ୍ରା ୩୯.୭ ଡିଗ୍ରୀ ରେକର୍ଡ ହୋଇଛି। ଏପ୍ରିଲ ୨ରୁ  ୬ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର , ମାଲକାନଗିରି , ନୟାଗଡ, କନ୍ଧମାଳ , ଖୋର୍ଦ୍ଧା, ନବରଙ୍ଗପୁର ଆଦି ଜିଲାରେ ରାତି ତାପମାତ୍ରା ବଢିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ଗୁଡିକୁ  ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories