www.samajalive.in
Saturday, December 6, 2025
17.1 C
Bhubaneswar

୧୫ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ: ୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର : ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଡହଡହ ତାତିରେ ନୂଆପଡା, ବୌଦ୍ଧ, ସମ୍ବଲପୁର, ରାଉରକେଲା, ମାଲକାନଗିରି ଏବଂ ଟିଟିଲାଗଡ ସହରରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଛି। ଏଭଳି ପରିସ୍ଥିତି ଆହୁରି ୪ଦିନ ପର୍ଯ୍ୟନ୍ତ ଲାଗି ରହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ସର୍ବାଧିକ ତାପମାତ୍ରା ନୂଆପଡାରେ ୪୩.୭ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ବୌଦ୍ଧ ୪୩.୨ ଏବଂ ମାଲକାନଗିରି ୪୩.୫ ଡିଗ୍ରୀ ରେକର୍ଡ ହୋଇଛି। ରାଜ୍ୟର ୧୫ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି(ବୁଧବାର) ନୂଆପଡା, ଟିଟିଲାଗଡ, ବଲାଙ୍ଗିର ଏବଂ ରାଉରକେଲାରେ ଦିନ ତାପମାତ୍ରା ୪୫ଡିଗ୍ରୀ ଟପିବା ସମ୍ଭାବନା ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ଥିବାରୁ ଆଗାମୀ ୪ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର ଏବଂ ନୂଆପଡା ଜିଲାକୁ ଗ୍ରୀଷ୍ମପ୍ରବାହ ସତର୍କତା ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାକୁ କାଳବୈଶାଖୀ ପାଇଁ ସତର୍କତା ଜାରି କରାଯାଇଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାରେ ଉଷ୍ଣ-ଆର୍ଦ୍ର ଜନିତ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories