www.samajalive.in
Friday, December 5, 2025
17.1 C
Bhubaneswar

କଲବଲ କରିବ ତାତି: ୬ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଆକାଶରୁ ହେବ ଅଗ୍ନିବର୍ଷା। ସାରା ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୫ ଦିନ ଅଗ୍ନିବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ସୋମବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ସର୍ବାଧିକ ୩୯.୨ ଡିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତା ୫ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଊର୍ଦ୍ଧ୍ବରେ ରହିବା ସମ୍ଭାବନା ରହିଛି। ବିଶେଷକରି ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲାକୁ ହିଟ୍ ୱେଭ୍ ଚେତାବନୀ ରହିଛି। ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ଝାଞ୍ଜି ପ୍ରବାହିତ ହୋଇପାରେ। ଏହି ୫ ଦିନ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ସୋମବାର ବଲାଙ୍ଗୀରରେ ୩୭.୪ ଡିଗ୍ରୀ, ମାଲକାନଗିରିରେ ୩୭.୨, ଝାରସୁଗୁଡ଼ା ଓ ଭବାନୀପାଟଣାରେ ୩୭ ଡିଗ୍ରୀ ଲେଖାଏଁ, ହୀରାକୁଦରେ ୩୬.୭, ସୁନ୍ଦରଗଡ଼ରେ ୩୬.୫, ସମ୍ବଲପୁରରେ ୩୬.୪, ବରଗଡ଼ରେ ୩୬.୨, ଅନୁଗୋଳରେ ୩୬.୧ ଏବଂ ଖୋର୍ଦ୍ଧା ଓ ସୁବର୍ଣ୍ଣପୁରରେ ୩୬ ଡିଗ୍ରୀ ଲେଖାଏଁ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିଲା।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories