www.samajalive.in
Sunday, December 7, 2025
16.1 C
Bhubaneswar

୨୪ ଘଣ୍ଟା ପରେ ପ୍ରଚଣ୍ଡ ଜାଡ଼ – ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୫୮ମିମି ବର୍ଷା ରେକର୍ଡ଼ କରାଯାଇଛି। ଏହାଛଡ଼ା ବାଲେଶ୍ବରରେ ୨୩, କେନ୍ଦୁଝରଗଡ଼ରେ ୧୫, ଭୁବନେଶ୍ବର ଓ ଅନୁଗୋଳରେ ୧୩ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଅଧିକ ବର୍ଷାର ସମ୍ଭାବନା ନଥିଲେ ହେଁ ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଢ଼େଙ୍କାନାଳ, ସୋନପୁର, ଅନୁଗୋଳ, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲାରେ ସ୍ବଳ୍ପ ବର୍ଷାର ସମ୍ଭାବନା ରହିଛି। ଏଥିସହିତ କନ୍ଧମାଳ, ସମ୍ବଲପୁର, ମାଲକାନଗିରି, ଝାରସୁଗୁଡ଼ା, କଳାହାଣ୍ଡି ଆଦି ଜିଲାରେ ପ୍ରବଳ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ଥିବାରୁ ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ପୁଣି ଶୀତ ଲେଉଟିବା ସହିତ ରାତିର ସର୍ବନିମ୍ନ ତାପମାତ୍ରା ୪ରୁ ୬ଡ଼ିଗ୍ରୀ ସେଲସିୟସ ପର୍ୟ୍ୟନ୍ତ ହ୍ରାସ ପାଇବ ବୋଲି ସୂଚନା ମିଳିଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ସବୁଠୁ କମ ୧୦ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ଅନ୍ୟାନ୍ୟ ଜିଲାରେ ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡ଼ଗ୍ରୀ ମଧ୍ୟରେ ରହିଛି।

ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହିତ କୁହୁଡ଼ି ଲାଗିରହିବ। ୬ରେ ଅନୁଗୋଳ, ଢ଼େଙ୍କାନାଳ, ଜଗତସିଂହପୁର, ଭଦ୍ରକ, କେନ୍ଦୁଝର ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କଟକ ଓ ଖୋର୍ଦ୍ଧାରେ ପ୍ରବଳ କୁହୁଡ଼ି ଅନୁଭୂତ ହେବ। ସେହପରି ୭ରେ ଅନୁଗୋଳ, ଢ଼େଙ୍କାନାଳ, ଜଗତସିଂହପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କଟକ ଓ ଖୋର୍ଦ୍ଧାରେ ପ୍ରବଳ କୁହୁଡ଼ି ଦେଖାଦେବ। ଏସବୁ ଜିଲାଗୁଡ଼ିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ୮ରୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories