www.samajalive.in
Sunday, December 14, 2025
19.1 C
Bhubaneswar

୨୪ ଘଣ୍ଟାରେ ୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଟ୍ରପ ଲାଇନ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ ଏବଂ  ଆଭ୍ୟନ୍ତର ଓଡ଼ିଶାର ୪ ଜିଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । ଏହା ସହ ୯ଟି ଜିଲାରେ ବଜ୍ରପାତ ଆସଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୪ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିଲାବେଳେ  ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଆଦି  ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories