ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ଦିଆଯାଇଛି । ବଡ଼ ବର୍ଷାର ସମ୍ଭାବନା ଥିବାରୁ କେତୋଟି ଜିଲାକୁ ରେଡ୍, ଅରେଞ୍ଜ, ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୪ ଜିଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି , ନବରଙ୍ଗପୁରକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଜପତି, ପୁରୀ, କୋରାପୁଟ, ବଲାଙ୍ଗୀର, ରାୟଗଡ଼ା, ନୂଆପଡ଼ା ୬ ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ଗଜପତି, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଆଦି ୧୧ଟି ଜିଲା  ପାଇଁ  ୟେଲୋ ଓ୍ୱାର୍ଣ୍ଣିଂ ଆଞ୍ଚଳିକ ପାଣିପାଗ ବଭାଗରୁ ଜାରି କରାଯାଇଛି । ୨ ଦିନ ଯାଏ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

kalyan agarbati
Leave A Reply