ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ରୁ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ବୌଦ୍ଧ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ଆସନ୍ତା ୨୮ରେ ବାଂଲାଦେଶ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଉତ୍ତର ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ଯୋଗୁଁ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ୩୧ ତାରିଖ ବେଳକୁ ବର୍ଷା ଛାଡ଼ିଯିବ। ବାଲେଶ୍ବର ବ୍ୟତୀତ ସମସ୍ତ ଉପକୂଳ ଓ ସଂଲଗ୍ନ ଜିଲା ସହ କେନ୍ଦୁଝର ଓ ଢେଙ୍କାନାଳରେ ବର୍ଷା କମ ରହିବ। ୨୮ ଓ ୨୯ ତାରିଖରେ ଭୁବନେଶ୍ବର ଏବଂ କଟକ, ୨୭ରୁ ୩୦ ତାରିଖ ମଧ୍ୟରେ ବାଲେଶ୍ବର ଏବଂ ମୟୂରଭଞ୍ଜରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାରେ ମଧ୍ୟମ, ଦକ୍ଷିଣ ଓ ପଶ୍ଚିମ ସୀମାନ୍ତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ।
୨୭ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
Popular Categories



